ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ, ଜ୍ଞାନରେ ଆତ୍ମସଂଯମତା, ଆତ୍ମସଂଯମତାରେ ଧୈର୍ଯ୍ୟ ଓ ଧୈର୍ଯ୍ୟରେ ପରମେଶ୍ୱରଙ୍କ ସେବା, ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର।
ପିତରଙ୍କ ଦ୍ୱିତୀୟ ପତ୍ର 1:5