ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4