ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ। ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:6